ଭୁବନେଶ୍ୱର,୦୬/୦୩: ଆଜି ସରିଲା ମାଟ୍ରିକ୍ ପରୀକ୍ଷା। ଆଜି ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ସକାଳ ୯ଟାରୁ ଦିନ ସାଢେ ୧୧ଟା ଯାଏଁ ହୋଇଥିଲା ପରୀକ୍ଷା । ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ୍ ପରୀକ୍ଷା ଆଜି ସରିଲା । ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ପିଲା ମାଟ୍ରିକ୍ ବୋର୍ଡ ପରୀକ୍ଷା ଦେଇଛନ୍ତି । ରାଜ୍ୟର ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ସୁରୁଖୁରରେ ପରୀକ୍ଷା ଶେଷ କରିବାକୁ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଚଳିତ ବର୍ଷ ପ୍ରଥମ ଥର ପାଇଁ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ରରେ କ୍ୟୁଆର କୋଡର ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ଆସନ୍ତା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ ଖାତା ଦେଖା । ୧୩ ଦିନ ଧରି ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତାର ମୂଲ୍ୟାଙ୍କନ ହେବ । ମୂଲ୍ୟାଙ୍କନ ସରିବା ପରେ ଦଶମ ରେଜଲ୍ଟ ପ୍ରକାଶ ହେବ ।