ରାଜ୍ୟରେ ଆଜି ୧୩୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୧/୧୧(ଦି ପ୍ରଗତି ନ୍ୟୁଜ୍): ରାଜ୍ୟରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଖୁସି ଖବର ସାମ୍ନାକୁ ଆସିଛି । ଆଜି ୧୩୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୯୨୪୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ରୁ ୧୫୯, ସୁନ୍ଦରଗଡ଼ରୁ ୧୦୬, କଟକରୁ ୯୯, ବଲାଙ୍ଗୀର ରୁ ୮୬, କେନ୍ଦ୍ରାପଡ଼ା ରୁ ୭୬, ବରଗଡ଼ ରୁ ୭୧, ନୂଆପଡ଼ାରୁ ୭୦, ପୁରୀରୁ ୬୩ ଜଣ ସୁସ୍ଥ ହୋଇଛନ୍ତି ।