ବଢୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ ଆଜି ୧୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୩୦/୪: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୧୪ ଜଣଙ୍କ ଜୀବନ ନେଇଛି କରୋନା । ୧୪ ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ କୋରାପୁଟ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ରାୟଗଡ଼ା ଓ ଖୋର୍ଦ୍ଧାରୁ ୨ ଲେଖାଏଁ, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରୁ ଜଣେ ଲେଖାଏଁ ମୃତ। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୪୩ କୁ ବୃଦ୍ଧି ପାଇଛି ।