ରାଜ୍ୟରେ ଆଜି ୧୬ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୦ା୧୦(ଦି ପ୍ରଗତି ନ୍ୟୁଜ): ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୧୯୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ହୋଇଥିବା ୧୬ଜଣଙ୍କ ମଧ୍ୟରୁ ମୟୁରଭଞ୍ଜରୁ ୪, କଳାହାଣ୍ଡିରୁ ୩ , ଭୁବନେଶ୍ୱରରୁ ୨, ନୂଆପଡ଼ାରୁ ୨, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଭଦ୍ରକ, ଝାରସୁଗୁଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।