ଗୋଟିଏ ଦିନରେ ରାଜ୍ୟରେ କରୋନା ଜନିତ ୧୭ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର, ୧୫ା୧୦: ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୨୪୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ହୋଇଥିବା ୧୭ଜଣଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୪, କଟକରୁ ୩, ଗଞ୍ଜାମରୁ ୨, ସୁନ୍ଦରଗଡ଼ରୁ ୨, ନୟାଗଡ଼, ଯାଜପୁର, ବାଲେଶ୍ୱର, ବୌଦ୍ଧ, ରାଉରକେଲା ଓ କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।