ରାଜ୍ୟରେ ୧୭ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୯ା୧୦: ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୧୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ହୋଇଥିବା ୧୭ଜଣଙ୍କ ମଧ୍ୟରୁ ଭୁବନେଶ୍ୱରୁ ୩, କଟକରୁ ୩, ସୁବର୍ଣ୍ଣପୁରରୁ ୨, ବଲାଙ୍ଗୀରରୁ ୨, ଝାରସୁଗୁଡ଼ାରୁ ୨, ବୌଦ୍ଧ, ଜଗତସିଂହପୁର, ବରଗଡ଼, ମୟୁରଭଞ୍ଜ,ନୂଆପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।