କ୍ୟାବିନେଟରେ ୧୯ଟି ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର,୧୧/୦୮:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ  ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଗୁରୁତ୍ୱପୂର୍ଣ୍ଣ ୧୯ଟି ପ୍ରସ୍ତାବ କ୍ୟାବିନେଟ ଅନୁମୋଦନ କରିଛି । ଯେଉଁଥିରେ ନୂଆ ଯୋଜନା ନୂତନ ଉନ୍ନତ ଅଭିଲାଷା ( NUA) ଓଡ଼ିଶାକୁ ମଞ୍ଜୁରୀ ମିଳିଛି । ସେହିଭଳି ରାଜ୍ୟର ଅତ୍ୟାଧୁନିକ ପ୍ରଶିକ୍ଷଣ କେନ୍ଦ୍ର, ଲ୍ୟାବ ଓ ସୁଦୃଢ ଦକ୍ଷତା ପରିବେଶ ପ୍ରତିଷ୍ଠା ହେଲେ ସ୍କିଲ୍ଡ-ଇନ୍-ଓଡ଼ିଶା ବ୍ରାଣ୍ଡକୁ ଆହୁରି ସୁଦୃଢ କରିବାରେ ସହାୟକ ହେବ ।ଏହା ବ୍ୟତୀତ କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ନାଇଜର ପରିସରରେ ହେବ କ୍ୟାନ୍ସର ହସ୍ପିଟାଲ । ଟାଟା ମେମୋରିଆଲ ପକ୍ଷରୁ ପ୍ରତିଷ୍ଠା ହେବ କ୍ୟାନ୍ସର ହସ୍ପିଟାଲ । ଏଥିପାଇଁ ୪୮.୮୪୨ ଏକର ଜମି ପ୍ରଦାନ କରିବେ ସରକାର । ସେହିଭଳି ଅସ୍ତରଙ୍ଗ, ଗୋପ, କାକଟପୁର, ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ହେବ ପାନୀୟ ଜଳ ପ୍ରକଳ୍ପ । ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ୱତନ୍ତ୍ର ଯୋଜନା ବାବଦକୁ କ୍ୟାବିନେଟରେ ଅର୍ଥ ମଞ୍ଜୁରୀ ।

ଓଡ଼ିଶା ମୋବାଇଲ ଟାୱାର ଓ ଟେଲିଗ୍ରାଫ ନୀତିରେ ସଂଶୋଧନକୁ ମଞ୍ଜୁରୀ । ଯାହାଦ୍ୱାରା ବ୍ୟାଙ୍କ ଶାଖା ନଥିବା ପଞ୍ଚାୟତକୁ ମିଳିବ ବ୍ୟାଙ୍କିଙ୍ଗ ସୁବିଧା । ୪୩୭୩ ପଞ୍ଚାୟତରେ ସିଏସପି ପ୍ଲସ ବ୍ୟାଙ୍କିଙ୍ଗ ଆଉଟଲେଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।