ବଡ଼ ଖବର: ରାଜ୍ୟର ୩୦ ଜିଲ୍ଲାରୁ ୧୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, ୧୯ା୧୦: ବର୍ତ୍ତମାନ ବିଗତ କିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମି କମି ଚାଲିଛି । ସେହିପରି ଆଜି ମଧ୍ୟ ୩୦ଜିଲ୍ଲାରୁ ୧୯୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୯୮୨ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫୬ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୮୨୬ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୦୩୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୧୯, ବାଲେଶ୍ୱରରୁ ୮୬, ବରଗଡ଼ରୁ ୪୬, ଭଦ୍ରକରୁ ୬୩, ବଲାଙ୍ଗୀରରୁ ୮୮, ବୌଦ୍ଧରୁ ୧୧, କଟକରୁ ୧୪୫, ଢ଼େଙ୍କାନାଳରୁ ୫୫, ଗଜପତିରୁ ୧୦, ଗଞ୍ଜାମରୁ ୨୪, ଜଗତସିଂହପୁରରୁ ୫୫, ଯାଜପୁରରୁ ୮୬, ଝାରସୁଗୁଡ଼ାରୁ ୫୦, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୬୫, କେନ୍ଦ୍ୁଝରରୁ ୫୯, ଖୋର୍ଦ୍ଧାରୁ ୩୦୦, କୋରାପୁଟରୁ ୪୨, ମାଲକାନଗିରିରୁ ୪୧, ମୟୁରଭଞ୍ଜରୁ ୧୦୭, ନବରଙ୍ଗପୁରରୁ ୫୨ ନୟାଗଡ଼ରୁ ୩୩, ନୂଆପଡ଼ାରୁ ୩୭, ପୁରୀରୁ ୭୨, ରାୟଗଡ଼ରୁ ୧୦, ସୋନପୁରରୁ ୪୫, ସୁନ୍ଦରଗଡ଼ରୁ ୯୮ ଜଣ ଚିହ୍ନଟ ହୋଇଛନ୍ତି ।