ଭାରତରେ କୋଟିଏ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୯/୧୨: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । କିନ୍ତୁ ଆଜି ଭାରତରେ କୋଟିଏ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ଘଣ୍ଟାରେ ୨୫,୧୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୭ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ହଜାର ୫୯୯କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୪୫,୧୩୬ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୫,୫୦,୭୧୨ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୩,୦୮,୭୫୧ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।