ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କେଉଁଠି କେତେବେଳେ ପଡିବ ଭୋଟ୍ ?

ଭୁବନେଶ୍ୱର,୧୮/୦୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା। ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମେ ୧୩ ତାରିଖରେ ଓଡ଼ିଶାରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ୍। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ୍ ଗ୍ରହଣ ହେବ। କେଉଁଠି କେଉଁ ସମୟରେ ଭେଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି ।
-କଳାହାଣ୍ଡି ନୂଆପଡ଼ାର ୩୯ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ୍
– ବାକି ଅନ୍ୟ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୫ଟା ଯାଏର୍ ଭୋଟ୍ ଗ୍ରହଣ ହେବ
– କଳାହାଣ୍ଡି ଖଡ଼ିଆଳର ୨୯ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ୍
– ବାକି ଅନ୍ୟ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୫ଟା ଯାଏଁ ଭୋଟ୍ ଗ୍ରହଣ ହେବ
– ଲାଞ୍ଜିଗଡ଼ର ସମସ୍ତ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ୍
– ଜୁନାଗଡ଼, ଧର୍ମଗଡ଼ ଓ ଭବାନୀପାଟଣାରେ ସକାଳ ୭ଟାରୁ ୫ଟା ଯାଏଁ ଭୋଟ୍
– ନର୍ଲାର ୧୯ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ୍
– ବାକି ଅନ୍ୟ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୫ଟା ଯାଏର୍ ଭୋଟ୍ ଗ୍ରହଣ
– ନବରଙ୍ଗପୁର ଉମରକୋଟର ୨୨ଟି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ୍
– ବାକି ଅନ୍ୟ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୬ଟା ଯାଏଁ ଭୋଟ୍ ଗ୍ରହଣ ହେବ
– ଝରିଗାଁର ୨୬ଟି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ୍
– ବାକି ଅନ୍ୟ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ୍ ଗ୍ରହଣ
– ନବରଙ୍ଗପୁର ୧୦ଟି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ୍
– ବାକି ଅନ୍ୟ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୬ଟା ଯାଏଁ ଭୋଟ୍ ଗ୍ରହଣ
– ଡାବୁଗାଁର ୪ଟି ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ୍
– ବାକି ଅନ୍ୟ ମତଦାନ କେନ୍ଦ୍ରରେ ସକାଳ ୭ଟାରୁ ୬ଟା ପର୍ଯ୍ୟନ୍ତ ଭୋଟ୍
– କୋଟପାଡ଼, ମାଲକାନଗିରି, ଚିତ୍ରକୋଣ୍ଡାରେ ସକାଳ ୭ଟା ୫ଟା ଯାଏଁ ମତଦାନ
– ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୬ଟି ନିର୍ବାଚନ ମଣ୍ଡଳୀରେ ୭ଟାରୁ ୬ଟା ଯାଏଁ ମତଦାନ
– କେବଳ ମୋହନାରେ ୭ଟାରୁ ୪ଟା ଯାଏଁ ଭୋଟ୍ ଗ୍ରହଣ
– ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ୭ଟାରୁ ୬ଟା ଯାଏଁ ଭୋଟ୍
– କୋରାପୁଟ ସଂସଦୀୟ କ୍ଷେତ୍ରର ୪ଟି ନିର୍ବାଚନ ମଣ୍ଡଳୀରେ ସକାଳ ୭ରୁ ୫ଟା ଯାଏଁ ଭୋଟ୍
– ଗୁଣୁପୁର, ବିଷମକଟକ, ରାୟଗଡ଼ା, କୋରାପୁଟରେ ୭ଟାରୁ ୫ଟା ଯାଏଁ ମତଦାନ
– ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ୭ଟାରୁ ୪ଟା ଯାଏଁ ଭୋଟ୍ ଗ୍ରହଣ
– କେବଳ ଜୟପୁରରେ ୭ଟାରୁ ୬ଟା ଯାଏଁ ଭୋଟ୍ ଗ୍ରହଣ ହେବ