ବୁଢାବଳଙ୍ଗ ନଦୀରେ ବୁଡ଼ିଯାଇ ୨ ସଂପର୍କୀୟ ଭାଇଙ୍କ ମୃତ୍ୟୁ

ଭୁବନେଶ୍ୱର,୧୯/୪: ବୁଢାବଳଙ୍ଗ ନଦୀରେ ବୁଡ଼ିଯାଇ ୨ ସଂପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ୍ ଅନ୍ତର୍ଗତ ପତୁକାଶାସନ ଗାଁରେ ଆଜି ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କର ବୟସ ୮ବର୍ଷ ହୋଇଥିବା ବେଳେ ଅନ୍ୟଜଣଙ୍କୁ ୧୭ବର୍ଷ ହୋଇଥିଲା।

ସୂଚନାଯୋଗ୍ୟ ଯେ ଆଜି ଅପରାହ୍ନରେ ଦୁଇ ଜଣ ବୁଢ଼ାବଳଙ୍ଗ ନଦୀକୁ ଗାଧୋଇବାକୁ ଯାଇଥିଲେ। ପରେ ଦୁଇଜଣ ନଦୀରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଜଣଙ୍କୁ ଉଦ୍ଧାର କରିଥିଲେ। ହେଲେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ବୈଶିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।