ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର, ୧୯ା୧୦: ବଲାଙ୍ଗିର ସହରର ଚନ୍ଦ୍ରଶେଖରନଗର ପଡ଼ାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ସେଠାରେ ଏକ ଘରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି । ବୃଦ୍ଧାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି ବଲାଙ୍ଗୀର ଟାଉନ ଥାନା ପୋଲିସ । ମୃତକ ସ୍ୱାମୀ ବୃନ୍ଦାବନ ସାହୁ ଓ ସ୍ତ୍ରୀ ନିରାଶ ସାହୁ । ମୃତଦେହ ଉଦ୍ଧାର କରିବା ପରେ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି । ସ୍ୱାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ କରାଯାଉଛି ।