ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ଭୁବନେଶ୍ୱର, ୩୧/୧୦: ଖୋର୍ଦ୍ଧା- ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ କପାସିଆ ଛକରେ ଆଜି ସକାଳୁ ସକାଳୁ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମର୍ଣ୍ଣିଂ ୱାକ୍‌ କରୁଥିବା ବେଳେ ୨ ମହିଳାଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି।  ୫୭ ନମ୍ବର ଜାତୀୟ ରାଜପଥ ବୋଲଗଡ ବ୍ଲକ୍‌ ଅନ୍ତର୍ଗତ କପାସିଆ ଛକରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ଘଟିଥିଲା।