ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି: ୨ମୃତ, ଅନେକ ଆହତ

ଭୁବନେଶ୍ୱର,୧୭/୦୩: କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକର ଖଟଲାପଦର ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି। ଏହି ଦୁର୍ଘଟଣା ରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା। ୩ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।ସୂଚନା ଅନୁଯାୟୀ, ଗାଡ଼ିଟି ବୈପାରିଗୁଡ଼ା ବ୍ଲକ୍ ଅନ୍ତର୍ଗତ ଧଳପୁରରୁ ପ୍ରାୟ ୪୦ଜଣ ବରଯାତ୍ରୀଙ୍କୁ ନେଇ ବୋରିଗୁମ୍ମା ବ୍ଲକ୍ ଅନ୍ତର୍ଗତ ନୂଆଗାଁକୁ ଯାଉଥିଲା।