ଆସନ୍ତା ୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ

ଭୁବନେଶ୍ୱର,୨୨/୦୫: ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ଆସିବ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ । www.orissaresults.nic.in ରେ ପ୍ରକାଶ ପାଇବ ରେଜଲ୍ଟ । ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ପରୀକ୍ଷା ଫଳ । ସିଏଚଏସଇ ପକ୍ଷରୁ ପରୀକ୍ଷା ଫଳ ବାହାରିବା ନେଇ ସୂଚନା ମିଳିଛି । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଗତବର୍ଷ ତୁଳନାରେ ୨୬ ହଜାର ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।