ଏହି ତାରିଖରୁ ଅକାମି ହେବ ୨୦୦୦ ଟଙ୍କିଆ ନୋଟ, ଜାଣନ୍ତୁ ବ୍ୟାଙ୍କରେ ଏହି ନୋଟକୁ ବଦଳେଇବାର ଶେଷ ତାରିଖ

ନୂଆଦିଲ୍ଲୀ,୧୯/୫: ଆଜି ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି । ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର ହୋଇପାରିବ।

ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ ଲୋକମାନେ ପାଖରେ ଥିବା ୨୦୦୦ ଟଙ୍କିଆ ନୋଟକୁ ଆସନ୍ତା ମେ ୨୩ରୁ ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରେ ବଦଳାଇ ପାରିବେ । ଏହି ନୋଟ ବଦଳାଇବାକୁ ବ୍ୟାଙ୍କ ଶାଖା ଓ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ ଶାଖା ଗୁଡ଼ିକରେ ସ୍ବତନ୍ତ୍ର କାଉଣ୍ଟର ଖୋଲାଯିବ । ଏଣୁ ଲୋକମାନେ ବ୍ୟସ୍ତ ନହୋଇ ସୁବିଧା ଅନୁସାରେ ଏହି ତାରିଖ ମଧ୍ୟରେ ୨ ବଜାର ଟଙ୍କିଆ ନୋଟ ବଦଳାଇ ୫ ଶହ କିମ୍ବା ଅନ୍ୟ ନୋଟ ନେଇପାରିବେ । ଗୋଟିଏ ଥରରେ ୨୦ ହଜାର ଟଙ୍କା ମୂଲ୍ୟର ୨ ବଜାର ଟଙ୍କିଆ ନୋଟ ବଦଳାଇ ହେବ ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାିଛି।