ଶୀତ ଅଧିବେଶନରେ ଉପସ୍ଥାପିତ ହୋଇଛି ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍, ଜାଣନ୍ତୁ କେଉଁ ବିଭାଗ ପାଇଁ କେତେ

ଭୁବନେଶ୍ୱର,୨୪/୧୧: ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଆଜି ବିଧାନସଭା ଶୀତ ଅଧିବେଶନରେ ଉପସ୍ଥାପିତ ହୋଇଛି ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ । ତେବେ ଏଥିପାଇଁ ମୋଟ୍ ୧୬ ହଜାର ୮ ଶହ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଯେଉଁଥିରେ ପ୍ରଶାସିକ ବ୍ୟୟବରାଦ ୪୯୩୪ କୋଟି ରହିଥିବାବେଳେ, କ୍ରାର୍ଯ୍ୟକ୍ରମ ବ୍ୟୟବରାଦ ୯୨୦୦ କୋଟି, ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ବାବଦକୁ ୨୬୧୦ କୋଟି ଓ ରାଜ୍ୟ ବଜେଟରୁ ସ୍ଥାନାନ୍ତର ବାବଦକୁ ୫୫.୫୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

ଚଳିତ ଆର୍ଥିକ ବର୍ଷର ଅତିରିକ୍ତ ବଜେଟରେ କୃଷକ କଲ୍ୟାଣ, ଖାଦ୍ୟ ନିରାପତ୍ତା ଓ ଜଳସେଚନ ସୁବିଧା ପାଇଁ ମୋଟ ୩୦୬.୬୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ସେହିପରି ଟଙ୍କିକିଆ ଚାଉଳ ଯୋଗାଣ ପାଇଁ ୧୬୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

ଜନସ୍ୱାସ୍ଥ୍ୟ ସେବା ପାଇଁ ଅତିରିକ୍ତ ବଜେଟରେ ୮୬୭ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଯେଉଁଥିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୬୩୮ କୋଟି ଟଙ୍କା ପ୍ରଦାନ କରାଯାଇଛି । ତା ସହିତ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ୍ ପାଇଁ ଅତିରିକ୍ତ ବଜେଟରେ ୫୧ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।