ରାଜ୍ୟରେ ଆଜି ୨୦୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୫।୧୦(ଦି ପ୍ରଗତି ନ୍ୟୁଜ୍): ରାଜ୍ୟରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଖୁସି ଖବର ସାମ୍ନାକୁ ଆସିଛି । ଆଜି ୨୦୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୬୪୧୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୦୧, କଟକରୁ ୧୮୨, ସୁନ୍ଦରଗଡ଼ରୁ ୨୧୨, ମୟୁରଭଞ୍ଜ ରୁ ୯୬, ଅନୁଗୁଳରୁ ୯୦, ଝରସୁଗୁଡ଼ାରୁ ୮୦, ନୂଆପଡା ରୁ ୭୮, କେନ୍ଦ୍ରାପଡ଼ା ରୁ ୭୨ ଜଣ ସୁସ୍ଥ ହୋଇଛନ୍ତି ।