ରାଜ୍ୟରେ ଆଜି ୨୧୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୨।୧୦(ଦି ପ୍ରଗତି ନ୍ୟୁଜ୍): ରାଜ୍ୟରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଖୁସି ଖବର ସାମ୍ନାକୁ ଆସିଛି । ଆଜି ୨୧୨୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୫୭୦୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୧୦ , ଅନୁଗୁଳରୁ ୧୪୯, କଟକରୁ ୧୪୦, ସୁନ୍ଦରଗଡ଼ରୁ ୧୧୪, ବାଲେଶ୍ୱରରୁ ୧୦୪,  ମୟୁରଭଞ୍ଜ ରୁ ୧୦୦, ନବରଙ୍ଗପୁର ରୁ ୧୦୦, ନୂଆପଡା ରୁ ୯୯ ଜଣ ସୁସ୍ଥ ହୋଇଛନ୍ତି ।