ବଡ଼ ଖବର: ରାଜ୍ୟର ୨୯ଜିଲ୍ଲାରୁ ୨୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୭ା୧୦: ପ୍ରତିଦିନ ରାଜ୍ୟର ୨୯ ଜିଲ୍ଲାରୁ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସେହିପରି ଆଜି ମଧ୍ୟ ୨୯ଜିଲ୍ଲାରୁ ୨୧୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୧୯୬ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୯୨୨ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୦୭, ବାଲେଶ୍ୱରରୁ ୧୦୪, ବରଗଡ଼ରୁ ୮୦, ଭଦ୍ରକରୁ ୧୬, ବଲାଙ୍ଗୀରରୁ ୭୧, ବୌଦ୍ଧରୁ ୩୨, କଟକରୁ ୧୭୫, ଢ଼େଙ୍କାନାଳରୁ ୩୩, ଗଜପତିରୁ ୭, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୮୬, ଯାଜପୁରରୁ ୧୧୩, ଝାରସୁଗୁଡ଼ାରୁ ୭୧, କଳାହାଣ୍ଡିରୁ ୯୪, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୮୨, କେନ୍ଦ୍ୁଝରରୁ ୬୭, ଖୋର୍ଦ୍ଧାରୁ ୨୫୯, କୋରାପୁଟରୁ ୨୯, ମାଲକାନଗିରିରୁ ୩୮, ମୟୁରଭଞ୍ଜରୁ ୧୧୯, ନବରଙ୍ଗପୁରରୁ ୫୦, ନୟାଗଡ଼ରୁ ୨୦, ନୂଆପଡ଼ାରୁ ୧୦୮, ପୁରୀରୁ ୭୭, ରାୟଗଡ଼ରୁ ୧୪, ସୋନପୁରରୁ ୭୦, ସୁନ୍ଦରଗଡ଼ରୁ ୧୪୦ ଜଣ ଚିହ୍ନଟ ହୋଇଛନ୍ତି ।