ଭୁବନେଶ୍ୱର,୧୩/୦୩: ଆଜି ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ଏନଏସି ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ , ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ଏନଏସି ଘୋଷଣା କରାଯାଇଛି ।