ରାଜଧାନୀ ଭୁବନେଶ୍ୱରରୁ ଆଜି ୨୨୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୦ ।୧୦(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୦୮ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୬୭୦କୁ ବୃଦ୍ଧି ପାଇଥିବା ବେଳେ ୨୪୭୫୮ଜଣ ସୁସ୍ଥ ହୋଇଛନ୍ତି ଓ ୧୪୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୨୭୪୯ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।