ରାଜଧାନୀ ଭୁବନେଶ୍ୱରରୁ ଆଜି ୨୩୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୮।୧୦: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୧ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୩ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୮କୁ ବୃଦ୍ଧି ପାଇଥିବା ବେଳେ ୨୪୧୪୩ଜଣ ସୁସ୍ଥ ହୋଇଛନ୍ତି ଓ ୧୩୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୨୯୨୭ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।