ରାଜଧାନୀ ଭୁବନେଶ୍ୱରରୁ ଆଜି ୨୫୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୫ା୧୦: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୦ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୯୯ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।
ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୫୩୬କୁ ବୃଦ୍ଧି ପାଇଥିବା ବେଳେ ୨୩୧୬୬ଜଣ ସୁସ୍ଥ ହୋଇଛନ୍ତି ଓ ୧୨୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୩୨୨୨ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।