ରାଜଧାନୀ ଭୁବନେଶ୍ୱରରୁ ଆଜି ୨୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧/୧୨(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୪୧ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୭୭୮କୁ ବୃଦ୍ଧି ପାଇଥିବା ବେଳେ ୩୦୧୨୨ଜଣ ସୁସ୍ଥ ହୋଇଛନ୍ତି ଓ ୨୧୯ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୪୧୬ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।