ରାଜ୍ୟରେ ଆଜି ୨୮୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୭।୧୦: ରାଜ୍ୟରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଖୁସି ଖବର ସାମ୍ନାକୁ ଆସିଛି । ଆଜି ୨୮୪୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୪୪୨୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୩୪, କଟକରୁ ୨୩୭, ନୂଆପଡା ରୁ ୧୬୧, ପୁରୀରୁ ୧୪୮, ଅନୁଗୁଳରୁ ୧୧୯, ସମ୍ବଲପୁରରୁ ୧୩୬, କଳାହାଣ୍ଡିରୁୁ ୧୧୭ ଜଣ ସୁସ୍ଥ ହୋଇଛନ୍ତି ।