ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡିଲା ବସ୍, ୨ମୃତ

ଭୁବନେଶ୍ୱର,୨୩/୧: ଯାତ୍ରୀଙ୍କୁ ନେଇ କେନ୍ଦ୍ରାପଡା ଜିଲ୍ଲାର ଇଚ୍ଛାପୁରକୁ ଯାଉଥିବା ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ ଟି ଭାରସାମ୍ୟ ହରାଇ ହଠାତ୍‌ ପୋଲ ତଳକୁ ଖସି ପଡିଥିଲା। ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଦୁଇ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ବହୁ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଯୋଗ୍ୟ ଯେ, ବସ୍‌ଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଢେଙ୍କାନାଳରୁ କେନ୍ଦ୍ରାପଡା ଜିଲ୍ଲାର ଇଚ୍ଛାପୁରକୁ ଯାଉଥିଲା। ଆହତମାନଙ୍କ ମଧ୍ୟରୁ ୧୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।