ସରିଲା ପରୀକ୍ଷା, ଆସନ୍ତା ୨ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ

ଭୁବନେଶ୍ୱର,୨୮/୦୩: ସରିଲା ଯୁକ୍ତ ଦୁଇ ପରୀକ୍ଷା । ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ । ଖାତା ଦେଖିବା ପାଇଁ ରହିଥିବା ଶିକ୍ଷକଙ୍କ ଉପରେ ରହିବ କଡ଼ା ନଜର । ଅତ୍ୟଧିକ ଖରା ଯୋଗୁଁ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସୁନଥିବାରୁ ଖାତାଦେଖା କେନ୍ଦ୍ର ବଢ଼ାଯାଇଛି । ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଖାତାଦେଖା ପାଇଁ ନିଯୁକ୍ତ ହୋଇଛନ୍ତି । ଏକ୍‌ଜାମିନରଙ୍କ ସୁବିଧା ଦୃଷ୍ଟିରୁ ସେମାନଙ୍କୁ ନିଜ ଜିଲ୍ଲାରେ ହୋଇଥିବା ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି । ୩୫, ୪୦ ଓ ୫୦ ମାର୍କ ଥିବା ବିଷୟଗୁଡିକ ପାଇଁ ୩୦ଟି ଖାତା ୫ ଘଣ୍ଟାରେ ଦେଖିବେ ଶିକ୍ଷକ । ସେହିପରି ୭୦ ଓ ୮୦ ମାର୍କ ଥିବା ବିଷୟ ପାଇଁ ୫ ଘଣ୍ଟାରେ ୨୦ ଟି ଖାତା ଦେଖିପାରିବେ ଶିକ୍ଷକ । ତେବେ ମେ‘ ୧୫ ତାରିଖ ସୁଦ୍ଧା ସଠିକ ସମୟରେ ପରୀକ୍ଷାଫଳ ବାହାରିବ ବୋଲି ସୂଚନା ମିଳିଛି । ରାଜ୍ୟରେ ଚଳିତ ବର୍ଷ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *