ଭୁବନେଶ୍ୱର,୧/୧: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।