ରାଜ୍ୟରେ ଆଜି ୩୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୧/୧୨(ଦି ପ୍ରଗତି ନ୍ୟୁଜ୍): ରାଜ୍ୟରେ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲୁଥିବା ବେଳେ ଖୁସି ଖବର ସାମ୍ନାକୁ ଆସିଛି । ଆଜି ୩୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୨୧୯୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।