ରାଜ୍ୟରେ ଆଜି ୩୬୮ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୭/୧୨ (ଦି ପ୍ରଗତି ନ୍ୟୁଜ): ବର୍ତ୍ତମାନ କ୍ରମାଗତ ଭାବେ କିଛି ଦିନ ହେବ ରାଜ୍ୟରେ ସଂକ୍ରମଣ ସଂଖ୍ୟା କମି କମି ଚାଲିଛି । ସେହିପରି ଆଜି ମଧ୍ୟ ୨୬ ଜିଲ୍ଲାରୁ ୩୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୩୬୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୫୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୧୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୩୦ , ବାଲେଶ୍ୱରରୁ ୧୬, ବରଗଡ଼ରୁ ୧୯, ଭଦ୍ରକରୁ ୧୯, ବଲାଙ୍ଗୀରରୁ ୧୮,  କଟକରୁ ୨୬, ଦେଓଗଡ଼ରୁ ୧, ଢ଼େଙ୍କାନାଳରୁ ୬, ଗଞ୍ଜାମରୁ ୬,  ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୬, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୫, କେନ୍ଦ୍ୁଝରରୁ ୨୨, ଖୋର୍ଦ୍ଧାରୁ ୪୯, କୋରାପୁଟରୁ ୪, ମାଲକାନଗିରିରୁ ୧, ମୟୁରଭଞ୍ଜରୁ ୨୪  , ନୟାଗଡ଼ରୁ ୫ , ନୂଆପଡ଼ାରୁ ୫, ପୁରୀରୁ ୧୮, ରାୟଗଡ଼ାରୁ ୨,  ସମ୍ବଲପୁରରୁ ୧୧,  ସୁନ୍ଦରଗଡ଼ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି ।