କରୋନା ୩ୟ ଲହର ନେଇ କଣ କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ?

ଭୁବନେଶ୍ୱର, ୯/୬: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା। ଏହାରିମଧ୍ୟରେ କରୋନାର ୩ୟ ଲହର ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ  ସେପ୍ଟେମ୍ବର ଓ ଅକ୍ଟୋବର ମାସ ବେଳକୁ ତୃତୀୟ ଲହର ଆସିପାରେ। ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଛୁଆଙ୍କ ଚିକିତ୍ସା ଅନ୍ୟ ରୋଗୀଙ୍କ ଠାରୁ ଭିନ୍ନ ଥିବାରୁ ଅଧିକ ଗୁରୁତ୍ୱ ଦିଆଯିବ। ତେଣୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏବେଠୁ ଡାକ୍ତରଙ୍କୁ ଟ୍ରେନିଂ ଦିଆଯାଉଛି।