ରାଜ୍ୟରେ ଆଜି ୪ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୧୯/୪: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪ ଜଣଙ୍କ ଜୀବନ ନେଇଛି କରୋନା । ୪ ଜଣଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୨, ଝାରସୁଗୁଡ଼ା ଓ କେନ୍ଦୁଝରରୁ ଜଣେ ଲେଖାଏଁ ମୃତ । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୫୨କୁ ବୃଦ୍ଧି ପାଇଛି ।