ମାଟିରେ ମିଶୁଛି ଆତଙ୍କବାଦୀଙ୍କ ଘର, ଘାଟୀରେ ସକ୍ରିୟ ୪ ଆତଙ୍କବାଦୀଙ୍କ ଘରକୁ ବିସ୍ଫୋରଣରେ ଉଡାଇଲା ଭାରତୀୟ ସେନା

ନୂଆଦିଲ୍ଲୀ,୨୬/୦୪: ଆଜି ବି ଏଲଓସିରେ ଜାରି ରହିଛି ଗୁଳିମାଡ଼ । ଏଲଓସିରେ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ସାରା ରାତି ପାକିସ୍ତାନ ଆଉଟପୋଷ୍ଟରୁ ଗୁଳିବର୍ଷା ହୋଇଛି । ଆଉ ଏହାର କଡ଼ା ଜବାବ ଦେଇଛନ୍ତି ଭାରତୀୟ ଯବାନ । ସେପଟେ ମାଟିରେ ମିଶୁଛି ଆତଙ୍କବାଦୀଙ୍କ ଘର । ଆଉ ୪ ଆତଙ୍କବାଦୀଙ୍କ ଘରକୁ ବିସ୍ଫୋରଣରେ ଉଡାଇ ଦିଆଯାଇଛି । ଘାଟୀରେ ସକ୍ରିୟ ୪ ଆତଙ୍କବାଦୀଙ୍କ ଘରକୁ ବିସ୍ଫୋରଣରେ ଉଡାଇ ଦେଇଛନ୍ତି ଭାରତୀୟ ସେନା । ଏହସାନ୍‌ ଅହମ୍ମଦ ଶେଖ୍, ସାହିଦ ଅହମ୍ମଦ ଓ ଜାକିରର ଘରକୁ ମାଟିରେ ମିଶାଇ ଦିଆଯାଇଛି ।ଜୁନ୍ ୨୦୨୩ରୁ ଲସ୍କରରେ ସକ୍ରିୟ କ୍ୟାଡର ଏହସାନ୍‌ ଅହମ୍ମଦର ଦୁଇ ମହଲା କୋଠା ଭାଙ୍ଗି ଦିଆଯାଇଛି । ସେହିପରି ସାହିଦ ଅହମ୍ମଦ ଦୁଇ ବର୍ଷ ତଳେ ଲସ୍କରରେ ସାମିଲ ହୋଇଥିଲା । ଆଇଇଡି ବିସ୍ଫୋରଣରେ ୪ ଆତଙ୍କବାଦୀଙ୍କ ଘରକୁ ଉଡାଇ ଦିଆଯାଇଛି। ଗତକାଲି ଭାରତୀୟ ସେନା ଦୁଇ ଆତଙ୍କବାଦୀଙ୍କ ଘର ଉଡାଇ ଦେଇଥିବା ବେଳେ ଏବେ ଆଉ ୪ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛି ସେନା ।

Leave a Reply

Your email address will not be published. Required fields are marked *