ରାଜଧାନୀ ଭୁବନେଶ୍ୱରରୁ ଆଜି ୪୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୦।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୩ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୫୬ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୩୭୨କୁ ବୃଦ୍ଧି ପାଇଥିବା ବେଳେ ୨୯୫୩୫ଜଣ ସୁସ୍ଥ ହୋଇଛନ୍ତି ଓ ୨୦୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୬୧୫ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।