ରାଜଧାନୀ ଭୁବନେଶ୍ୱରରୁ ଆଜି ୪୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୨।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୧ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୫୭ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୪୬୧କୁ ବୃଦ୍ଧି ପାଇଥିବା ବେଳେ ୨୯୬୬୦ଜଣ ସୁସ୍ଥ ହୋଇଛନ୍ତି ଓ ୨୦୪ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୫୭୬ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।