ରାଜଧାନୀ ଭୁବନେଶ୍ୱରରୁ ଆଜି ୪୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୯।୧୧(ଦି ପ୍ରଗତି ନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରୁ ଆଜି ୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୬୧ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି ।

ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୩୩୦କୁ ବୃଦ୍ଧି ପାଇଥିବା ବେଳେ ୨୯୪୭୯ଜଣ ସୁସ୍ଥ ହୋଇଛନ୍ତି ଓ ୨୦୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ୬୨୯ ଜଣ କରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।