ରାଜଧାନୀ ଭୁବନେଶ୍ବରରୁ ଆଜି ୪୬୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୯/୪: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୪୪୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୪୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୪୬୮ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୮୨ ଓ ସ୍ଥାନୀୟ ଅଞ୍ଚଳରୁ ୩୮୬ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୧୨୩ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୧୪୭କୁ ବୃଦ୍ଧି ପାଇଛି। ୩୩୦୦୪ ଜଣ ସୁସ୍ଥ ହୋଇଥିବା ବେଳେ ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୨୮୨୭ ଆକ୍ଟିିିଭ କେସ ରହିଛି।