ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ

ଭୁବନେଶ୍ୱର,୧/୦୨: ଆଜି 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ସନ୍ଧ୍ୟାରେ ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ସମ୍ମିଳନୀରେ ଭାଷା ସମ୍ପର୍କରେ ଯେଉଁ ପ୍ରସ୍ତାବ ଗୃହୀତ ହେବ, ତାକୁ ଭିତ୍ତି କରି ଗୁରୁତ୍ୱପୂର୍ଣ୍ଣ ନୀତି ନିର୍ଦ୍ଧାରଣ କରି ଭବିଷ୍ୟତ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଥିଲେ।ଏହି ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ହେଉଛି ‘ଭାଷା ହିଁ ଭବିଷ୍ୟତ’। ସମ୍ମିଳନୀରେ ବିଭିନ୍ନ ବିଷୟ ଉପରେ ୧୬ଟି ଆକାଡେମିକ୍‌ ଅଧିବେଶନ ରହିଛି।

ଏହି ସମ୍ମିଳନୀ ଓଡିଶାର ଅତୀତ ଓ ବର୍ତ୍ତମାନର ରୂପାନ୍ତରଣ ପ୍ରକ୍ରିୟା ଉପସ୍ଥାପିତ କରିବ। ଅକ୍ଷର ଭୂମିରେ ପ୍ରଥମ ଥର ପାଇଁ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଳନ କରାଯିବ।