ଆଜି ପୁରୀ ଓ କଟକ ଗସ୍ତରେ ଯାଇଥିଲେ 5T ସଚିବ, ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା

ଭୁବନେଶ୍ୱର,୨୫/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭିକେ ପାଣ୍ଡିଆନ୍ ଆଜି ପୁରୀ ଓ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସେ ପ୍ରଥମେ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ ହେରିଟେଜ୍‌ କରିଡର ଶ୍ରୀ ସେତୁ ଓ ଜଗନ୍ନାଥ ବଲ୍ଳଭ ଯାତ୍ରୀ ନିବାସ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ପ୍ରତି ସପ୍ତାହରେ ପୁରୀ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ପାଣ୍ଡିଆନ୍ ସୂଚନା ଦେଇଥିଲେ।

ସେହିପରି ଅପରାହ୍ନରେ ସେ କଟକ ଯାଇ ପ୍ରଥମେ ଖାନ୍‌ନଗର ଠାରେ ନିର୍ମାଣାଧୀନ ନେତାଜୀ ବସ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ ଅଧିକାରୀମାନଙ୍କ ସହିତ କାର୍ଯ୍ୟର ସମୀକ୍ଷା କରି ଥିଲେ। ଆସନ୍ତା ଜୁନ୍ ୧୫ ତାରିଖ ସୁଦ୍ଧା ବସ୍‌ ଟର୍ମିନାଲ ନିର୍ମାଣ ଶେଷ ହେବ ବୋଲି ସମୀକ୍ଷାରୁ ଜଣାଯାଇଛି।