୨୦୨୨ ଜୁଲାଇ ସୁଦ୍ଧା ସରିବ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ କାର୍ଯ୍ୟ

ଭୁବନେଶ୍ୱର, ୧୮/୮: ଆଜି ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ କାର୍ଯ୍ୟର ସମୀକ୍ଷା କରିିିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ୫ଟି ସଚିବ ଭି.କେ. ପାଣ୍ଡିଆନ୍। ୨୦୨୨ ଜୁଲାଇ ସୁଦ୍ଧା  ଅନ୍ତର୍ଜାତୀୟ ହକି ଷ୍ଟାଡିୟମ କାର୍ଯ୍ୟ ସରିବ। ୨୦୨୩ରେ ରାଉରକେଲାରେ ହେବ ହକି ବିଶ୍ବକପ୍ । ହକି ବିଶ୍ବକପ‌୍‍କୁ ଦୃଷ୍ଟିରେ ରଖି ରାଉରକେଲା ଏୟାରପୋର୍ଟର ସଂପ୍ରସାରଣ କରାଯାଉଛି। ସେହିପରି ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିଅମ କାର୍ଯ୍ୟର ମଧ୍ୟ ସମୀକ୍ଷା କରିିିଛନ୍ତି। ଅନ୍ୟପଟେ ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ କିଭଳି ପ୍ରସ୍ତୁତ ସେନେଇ ରାଉରକେଲାରେ ସ୍ବାସ୍ଥ୍ୟ ବ୍ୟବସ୍ଥା ତାର ଅନୁଧ୍ୟାନ କରିଛନ୍ତି। ବସ୍ତି ବାସିନ୍ଦାଙ୍କ ଥଇଥାନ ପାଇଁ ନିର୍ମାଣାଧୀନ ବାସୋପଯୋଗୀ ପ୍ରକଳ୍ପସ୍ଥଳ, ସାଇନ୍ସ ପାର୍କ ଓ ପ୍ଲାନେଟୋରିୟମର ଅଗ୍ରଗତି ଅନୁଧ୍ୟାନ ମଧ୍ୟ କରିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ, ଜାତୀୟ ସ୍ୱାସ୍ଥ୍ୟ ମିଶନ, ଓଡ଼ିଶା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଆର. ଭିନିଲ୍‌ କ୍ରିଷ୍ଣା ଆଜି ରାଉରକେଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ବିଭିନ୍ନ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିବା ପରେ ଏହି ଟିମ୍‌ ସୁନ୍ଦରଗଡ଼ ଜିଲ୍ଲାପାଳ, ରାଉରକେଲା ଏଡିଏମ୍‌ ତଥା ମହାନଗର ନିଗମ କମିସନର ଏବଂ ଅନ୍ୟ ଅଧିକାରୀମାନଙ୍କ ସହ ବିମାନବନ୍ଦରଠାରେ ସମୀକ୍ଷା କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିସନର ଦିବ୍ୟଜ୍ୟୋତି ପରିଡ଼ା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।