ନୀଳମାଧବ ପୀଠ’ର ଉନ୍ନତି ପାଇଁ ଖୁବ ଶୀଘ୍ର ମାଷ୍ଟର ପ୍ଲାନ ପ୍ରସ୍ତୁତ ହେବ : ୫ଟି ସଚିବ

ଭୁବନେଶ୍ୱର,୧୪/୪: ଆଜି ୫ଟି ସଚିବ ଭିକେ ପାଣ୍ଡିଆନ କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ଏହାସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ। ନୟାଗଡ ଜିଲ୍ଲା କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ ସ୍ଥଳୀ ମହାନଦୀ କୂଳରେ ନୀଳମାଧଵ ପୀଠର ଶୋଭା ଅତ୍ୟନ୍ତ ମନୋରମ ବୋଲି କହିଛନ୍ତି। ୫ଟି କାର୍ଯ୍ୟକ୍ରମରେ ଏହି ପୀଠର ବିକାଶ କରି ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ ସେନେଇ ସରକାର ପଦକ୍ଷେପ ନେଉଛନ୍ତି। ଏହା ସହିତ ଏଠାକୁ ଆସୁଥିବା ଭକ୍ତ ମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବ ବୋଲି ସେ କହିଛନ୍ତି । ଏଥି ନିମନ୍ତେ ଖୁଵ ଶୀଘ୍ର ଏକ ମାଷ୍ଟର ପ୍ଲାନ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣା ଯାଇଛି। ଏହି ପରଦର୍ଶନ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବିବି ଯାଦବ, ନୟାଗଡ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।