ସୁଆଣ୍ଡୋ ଗ୍ରାମ ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର,୧୦/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଏହାସହ  ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିବାବେଳେ ସୁଆଣ୍ଡୋବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି।ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ୫-ଟି ସଚିବ ଯୋଗ ଦେଇ ପୂର୍ଣ୍ଣାହୁତିରେ ଅଂଶଗ୍ରହଣ କରିଥିଲେ । ପରେ ସେ ଉତ୍କଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିବା ସହିତ ଗାଁ ପୋଖରୀର ପୁନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ ।