ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର, ୧୬/୩:ଦୁର୍ନୀତିଗ୍ରସ୍ତ ଓ ଅପାରଗତାଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ୬ ଜଣଙ୍କ ମଧ୍ୟରେ ୩ ନିର୍ବାହୀ ଯନ୍ତ୍ରୀ, ଜଣେ ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ପ୍ରମୁଖ ଅନ୍ତର୍ଭୁକ୍ତ ରହିଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।