ରାଜ୍ୟରେ ଆଜି ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୨/୨: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୧ ଓ ସ୍ଥାନୀୟ ଅଞ୍ଚଳରୁ ୨୮ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୦୫କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୩ ଲକ୍ଷ ୩୪ ହଜାର ୧୦୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୬୩୧ ଜଣ ଚିକିତ୍ସାଧୀନ ଅଛନ୍ତି।