ଦେଶ ପାଳୁଛି ୭୫ତମ ସ୍ୱାଧୀନତା ଦିବସ, ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୫/୮: କରୋନା କଟକଣା ଭିତରେ ଆଜି ଦେଶ ପାଳୁଛି ୭୫ତମ ସ୍ୱାଧୀନତା ଦିବସ । ପଲ୍ଲୀଠୁ ଦିଲ୍ଲୀ ସବୁଠୁ ଫର ଫର ହୋଇ ଉଡୁଛି ତ୍ରିରଙ୍ଗା ଓ ଜାତୀୟ ସଂଗୀତ ଗାନରେ ଗୁଂଜରିତ ହୋଇ ଉଠୁଛି ଦେଶ । ଏହାରିମଧ୍ୟରେ ଆଜି ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଲାଲକିଲ୍ଲୀରୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ । ସେ ଦେଶକୁ ସ୍ୱାଧୀନତା ଆଣିଦେବାରେ ବଳିଦାନ ଦେଇଥିବା ମହାନାୟକଙ୍କୁ ସମ୍ମାନ ଜଣାଇଛନ୍ତି । କରୋନା କାଳରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ଉତ୍ସର୍ଗୀକୃତ ସେବାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ସେମାନଙ୍କର ଅବିରତ ସେବା କୋଟି କୋଟି ଲୋକଙ୍କ ଜୀବନ ବଞ୍ଚାଇ ପାରିଛି । ସେହିପରି ଅଲିମ୍ପିକ୍ସରେ ଭାଗ ନେଇଥିବା ଭାରତୀୟ କ୍ରୀଡ଼ାବିତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।