ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୭ମୃତ

ଭୁବନେଶ୍ୱର,୨୫/୨: ଯାଜପୁର ନେଉଳପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୭ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳିଛି। ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ନେଉଳପୁର ମଝିରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ପାଖରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ଆଇଚର ଗାଡ଼ି । କଲିକତା ପଟୁ ଆସୁଥିବା ଏକ ଆଇଚର ଗାଡ଼ି ଟ୍ରକକୁ ଧକ୍କା ଦେବା ଦ୍ୱାରା ଆଇଚରରେ ଥିବା ୭ ଜଣଙ୍କ ମଧ୍ୟରୁ ୬ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସା ହେଉଥିବା ଅବସ୍ଥାରେ ମୃତ୍ୟୁ ଘଟିଛି ।