ରାଜ୍ୟରେ ଆଜି ଆଉ ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୯/୯: ରାଜ୍ୟରେ ଆଜି ଆଉ ୮ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୦୭୮କୁ ବୃଦ୍ଧି ପାଇଛି । ୮ ମୃତକଙ୍କ ମଧ୍ୟରେ ଅନୁଗୁଳରୁ ୩, ଖୋର୍ଦ୍ଧାରୁ ୨, ୟୂରଭଞ୍ଜ, ଯାଜପୁର ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଆଜି ରାଜ୍ୟରେ ୬୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ୧୪ ହଜାର ୩୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୯, ୧୬୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭ ହଜାର ୦୪୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।