ଦେଶରେ ଆଜି ୮୪ ଜଣଙ୍କ କରୋନା ଜନିତ ମୃତ୍ୟୁ

ନୂଆଦିଲ୍ଲୀ, ୮/୨:ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୧୧,୮୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୩୮ ହଜାର ୧୯୪କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୫୫,୦୮୦ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୫,୩୪,୫୦୫ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୧,୪୮,୬୦୯ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।