ନୂଆଦିଲ୍ଲୀ, ୧୨/୨:ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୯,୩୦୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୭ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୮୦ ହଜାର ୬୦୩ କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୫୫,୪୪୭ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୫,୮୯,୨୩୦ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୧,୩୫,୯୨୬ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।